5ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।
6ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ‘ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।
7ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”
8ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।
9ପୁଣି ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, “ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା,