1ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ।
2ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବେଥେଲ୍ ପର୍ଯ୍ୟନ୍ତ ପଠାଇଅଛନ୍ତି।” ତହିଁରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ବେଥେଲ୍କୁ ଗଲେ।
3ସେତେବେଳେ ବେଥେଲ୍ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”