ଦ୍ୱିତୀୟ ରାଜାବଳୀ 2

ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ଡ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ।

2 Kings 2:13 (UKJV) He took up also the mantle of Elijah that fell from him, and went back, and stood by the bank of Jordan;

11ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।

12ଆଉ ଇଲୀଶାୟ ତାହା ଦେଖି ଉଚ୍ଚସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।

13ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ଡ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ।

14ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।

15ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଯେଉଁ ଦଳ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, “ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.