18ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, “ନ ଯାଅ ବୋଲି ମୁଁ କʼଣ ତୁମ୍ଭମାନଙ୍କୁ କହି ନ ଥିଲି।”
19ଏଥିଉତ୍ତାରେ ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ।”
20ତହିଁରେ ସେ କହିଲେ, “ମୋʼ ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ।
21ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁୁଜନକ ଅବା ଫଳନାଶକ ଆଉ ହେବ ନାହିଁ।”
22ଏହିରୂପେ ଇଲୀଶାୟଙ୍କର ଉକ୍ତ ବାକ୍ୟାନୁସାରେ ସେହି ଜଳ ଆଜି ପର୍ଯ୍ୟନ୍ତ ଭଲ ହୋଇଅଛି।