ଦ୍ୱିତୀୟ ରାଜାବଳୀ 2

ସେତେବେଳେ ବେଥେଲ୍‍ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”

2 Kings 2:3 (UKJV) And the sons of the prophets that were at Bethel came forth to Elisha, and said unto him, Know you that the LORD will take away your master from your head to day? And he said, Yea, I know it; hold all of you your peace.

1ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍‍ଗଲ୍‍ରୁ ଗଲେ।

2ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବେଥେଲ୍‍ ପର୍ଯ୍ୟନ୍ତ ପଠାଇଅଛନ୍ତି।” ତହିଁରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ବେଥେଲ୍‍କୁ ଗଲେ।

3ସେତେବେଳେ ବେଥେଲ୍‍ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”

4ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ।

5ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.