ଦ୍ୱିତୀୟ ରାଜାବଳୀ 2

ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।

2 Kings 2:7 (UKJV) And fifty men of the sons of the prophets went, and stood to view far off: and they two stood by Jordan.

5ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”

6ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ।

7ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।

8ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।

9ପୁଣି ସେମାନେ ପାର ହୋଇଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ନିଆଯିବା ପୂର୍ବରୁ ମାଗ।” ତହିଁରେ ଇଲୀଶାୟ କହିଲେ, “ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋʼ ଉପରେ ବର୍ତ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.