ଦ୍ୱିତୀୟ ରାଜାବଳୀ 20

ଏଥିରେ ଯିଶାଇୟ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲେ, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”

2 Kings 20:15 (UKJV) And he said, What have they seen in yours house? And Hezekiah answered, All the things that are in mine house have they seen: there is nothing among my treasures that I have not showed them.

13ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ। ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା।

14ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲେ, “ସେମାନେ ଦୂର ଦେଶ ବାବିଲରୁ ଆସିଅଛନ୍ତି।”

15ଏଥିରେ ଯିଶାଇୟ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲେ, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”

16ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ଶୁଣ:

17ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି। ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.