16ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ଶୁଣ:
17ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି। ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।
18ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
19ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲେ, “ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କʼଣ (ଉତ୍ତମ) ନୁହେଁ?”
20ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?