19ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲେ, “ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କʼଣ (ଉତ୍ତମ) ନୁହେଁ?”
20ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
21ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।