ଦ୍ୱିତୀୟ ରାଜାବଳୀ 21

ପୁଣି ଆମୋନ୍‍ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

2 Kings 21:20 (UKJV) And he did that which was evil in the sight of the LORD, as his father Manasseh did.

18ଏଥିଉତ୍ତାରେ ମନଃଶି ମୃତ୍ୟୁବରଣ କଲେ ଓ ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍‍, ଉଷର ଉଦ୍ୟାନରେ କବରପ୍ରାପ୍ତ ହେଲେ। ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।

19ଆମୋନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ ତାଙ୍କର ମାତାର ନାମ ମଶୁଲ୍ଲେମତ୍‍, ସେ ଯଟ୍‍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ।

20ପୁଣି ଆମୋନ୍‍ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

21ତାଙ୍କର ପିତା ଯେଉଁ ପଥରେ ଚାଲିଥିଲେ, ସେ ସେହି ସମସ୍ତ ପଥରେ ଚାଲିଲେ ଓ ତାଙ୍କର ପିତା ଯେଉଁ ଦେବତାମାନଙ୍କର ସେବା କରିଥିଲେ, ସେ ସେମାନଙ୍କର ସେବା କଲେ ଓ ସେମାନଙ୍କୁ ପୂଜା କଲେ।

22ଆହୁରି ସେ ସଦାପ୍ରଭୁ ତାଙ୍କର ପିତୃଗଣର ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ସଦାପ୍ରଭୁଙ୍କ ପଥରେ ଚାଲିଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.