20ପୁଣି ଆମୋନ୍ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
21ତାଙ୍କର ପିତା ଯେଉଁ ପଥରେ ଚାଲିଥିଲେ, ସେ ସେହି ସମସ୍ତ ପଥରେ ଚାଲିଲେ ଓ ତାଙ୍କର ପିତା ଯେଉଁ ଦେବତାମାନଙ୍କର ସେବା କରିଥିଲେ, ସେ ସେମାନଙ୍କର ସେବା କଲେ ଓ ସେମାନଙ୍କୁ ପୂଜା କଲେ।
22ଆହୁରି ସେ ସଦାପ୍ରଭୁ ତାଙ୍କର ପିତୃଗଣର ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ସଦାପ୍ରଭୁଙ୍କ ପଥରେ ଚାଲିଲେ ନାହିଁ।
23ଆମୋନ୍ଙ୍କର ଦାସମାନେ ତାଙ୍କର ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଙ୍କୁ ତାଙ୍କର ନିଜ ଗୃହରେ ବଧ କଲେ।
24ମାତ୍ର ଯେଉଁମାନେ ଆମୋନ୍ ରାଜା ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ, ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ।