ଦ୍ୱିତୀୟ ରାଜାବଳୀ 22

ଏଥିରେ ରାଜା ସେହି ବ୍ୟବସ୍ଥା-ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।

2 Kings 22:11 (UKJV) And it came to pass, when the king had heard the words of the book of the law, that he rent his clothes.

9ଏଥିଉତ୍ତାରେ ଶାଫନ୍‍ ଲେଖକ ରାଜାଙ୍କ ନିକଟକୁ ଆସିଲା ଓ ପୁନର୍ବାର ରାଜାଙ୍କୁ ସମ୍ବାଦ ଦେଇ କହିଲା, “ଆପଣଙ୍କ ଦାସମାନେ ମନ୍ଦିରରେ ପ୍ରାପ୍ତ ସମସ୍ତ ମୁଦ୍ରା ଖାଲି କରି ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”

10ଆହୁରି ଶାଫନ୍‍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍‍କୀୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍‍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।”

11ଏଥିରେ ରାଜା ସେହି ବ୍ୟବସ୍ଥା-ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।

12ପୁଣି ରାଜା ଯୋଶୀୟ ହିଲ୍‍କୀୟ ଯାଜକକୁ ଓ ଶାଫନ୍‍ର ପୁତ୍ର ଅହୀକାମକୁ ଓ ମୀଖାୟର ପୁତ୍ର ଅକ୍‍‌‌ବୋରକୁ ଓ ଶାଫନ୍‍ ଲେଖକଙ୍କୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ,

13“ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକ-ଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନ ହେବାରୁ, ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ୱଳିତ କ୍ରୋଧ ଗୁରୁତର ହୋଇଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.