10ଆହୁରି ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍କୀୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।”
11ଏଥିରେ ରାଜା ସେହି ବ୍ୟବସ୍ଥା-ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।
12ପୁଣି ରାଜା ଯୋଶୀୟ ହିଲ୍କୀୟ ଯାଜକକୁ ଓ ଶାଫନ୍ର ପୁତ୍ର ଅହୀକାମକୁ ଓ ମୀଖାୟର ପୁତ୍ର ଅକ୍ବୋରକୁ ଓ ଶାଫନ୍ ଲେଖକଙ୍କୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ,
13“ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକ-ଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନ ହେବାରୁ, ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ୱଳିତ କ୍ରୋଧ ଗୁରୁତର ହୋଇଅଛି।”
14ତହିଁରେ ହିଲ୍କୀୟ ଯାଜକ ଓ ଅହୀକାମ୍ ଓ ଅକ୍ବୋର ଓ ଶାଫନ୍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍ବର ପୁତ୍ର ଶଲ୍ଲୁମ୍ର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ।