ଦ୍ୱିତୀୟ ରାଜାବଳୀ 22

ତହିଁରେ ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ସେମାନଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲେ, ତାହାକୁ କୁହ,

2 Kings 22:15 (UKJV) And she said unto them, Thus says the LORD God of Israel, Tell the man that sent you to me,

13“ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକ-ଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନ ହେବାରୁ, ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ୱଳିତ କ୍ରୋଧ ଗୁରୁତର ହୋଇଅଛି।”

14ତହିଁରେ ହିଲ୍‍କୀୟ ଯାଜକ ଓ ଅହୀକାମ୍‍ ଓ ଅକ୍‍‌‌ବୋର ଓ ଶାଫନ୍‍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍‍ବର ପୁତ୍ର ଶଲ୍ଲୁମ୍‍ର ଭାର୍ଯ୍ୟା ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ।

15ତହିଁରେ ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ସେମାନଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲେ, ତାହାକୁ କୁହ,

16‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ଯିହୁଦାର ରାଜା ଏହି ପୁସ୍ତକର ଯେଉଁ ଯେଉଁ ବାକ୍ୟ ପାଠ କରିଅଛି, ସେହି ସମସ୍ତ ଘଟାଇବା।

17କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି। ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ ଓ ତାହା ନିର୍ବାଣ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.