15ତହିଁରେ ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ସେମାନଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲେ, ତାହାକୁ କୁହ,
16‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଯିହୁଦାର ରାଜା ଏହି ପୁସ୍ତକର ଯେଉଁ ଯେଉଁ ବାକ୍ୟ ପାଠ କରିଅଛି, ସେହି ସମସ୍ତ ଘଟାଇବା।
17କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି। ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ ଓ ତାହା ନିର୍ବାଣ ହେବ ନାହିଁ।
18ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲେ ଯେ ଯିହୁଦା-ରାଜା ଯୋଶୀୟ, ତାଙ୍କୁ ତୁମ୍ଭେମାନେ କହିବ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭର ଶ୍ରୁତ ବାକ୍ୟ ବିଷୟରେ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ବିରୁଦ୍ଧରେ ଓ ତହିଁର ନିବାସୀମାନଙ୍କ ବିରୁଦ୍ଧରେ ଯେସକଳ ବାକ୍ୟ କହିଅଛୁ, ଅର୍ଥାତ୍, ସେମାନେ ଯେ ଧ୍ୱଂସର ଓ ଅଭିଶାପର ପାତ୍ର ହେବେ,
19ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।