1ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ, ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିଦୀଦା, ସେ ବସ୍କତୀୟ ଅଦାୟାଙ୍କର କନ୍ୟା ଥିଲେ।
2ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ସେ ଡାହାଣ କିମ୍ବା ବାମ ପାର୍ଶ୍ୱକୁ ଫେରିଲେ ନାହିଁ।
3ଏଥିଉତ୍ତାରେ ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ରାଜା, ମଶୁଲ୍ଲମ୍ର ପୌତ୍ର ଅତ୍ସଲୀୟର ପୁତ୍ର ଶାଫନ୍ ଲେଖକଙ୍କୁ ସଦାପ୍ରଭୁଙ୍କ ଗୃହକୁ ପଠାଇ କହିଲେ,
4“ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ।
5ଆଉ ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପଣ କରନ୍ତୁ ଓ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀମାନଙ୍କୁ,