2ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ସେ ଡାହାଣ କିମ୍ବା ବାମ ପାର୍ଶ୍ୱକୁ ଫେରିଲେ ନାହିଁ।
3ଏଥିଉତ୍ତାରେ ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ରାଜା, ମଶୁଲ୍ଲମ୍ର ପୌତ୍ର ଅତ୍ସଲୀୟର ପୁତ୍ର ଶାଫନ୍ ଲେଖକଙ୍କୁ ସଦାପ୍ରଭୁଙ୍କ ଗୃହକୁ ପଠାଇ କହିଲେ,
4“ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ।
5ଆଉ ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପଣ କରନ୍ତୁ ଓ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀମାନଙ୍କୁ,
6ଅର୍ଥାତ୍, ସୂତ୍ରଧର ଓ ନିର୍ମାଣକାରୀ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ ଓ ଗୃହର ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ।”