7ତଥାପି ସେମାନଙ୍କ ହସ୍ତରେ ଯେଉଁ ମୁଦ୍ରା ସମର୍ପିତ ହେଲା, ତହିଁର ହିସାବ ସେମାନଙ୍କଠାରୁ ନିଆଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।
8ସେତେବେଳେ ହିଲ୍କୀୟ ମହାଯାଜକ ଶାଫନ୍ ଲେଖକଙ୍କୁ କହିଲା, “ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା-ପୁସ୍ତକ ପାଇଅଛୁ।” ଆଉ ହିଲ୍କୀୟ ଶାଫନ୍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା।
9ଏଥିଉତ୍ତାରେ ଶାଫନ୍ ଲେଖକ ରାଜାଙ୍କ ନିକଟକୁ ଆସିଲା ଓ ପୁନର୍ବାର ରାଜାଙ୍କୁ ସମ୍ବାଦ ଦେଇ କହିଲା, “ଆପଣଙ୍କ ଦାସମାନେ ମନ୍ଦିରରେ ପ୍ରାପ୍ତ ସମସ୍ତ ମୁଦ୍ରା ଖାଲି କରି ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
10ଆହୁରି ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍କୀୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।”
11ଏଥିରେ ରାଜା ସେହି ବ୍ୟବସ୍ଥା-ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।