ଦ୍ୱିତୀୟ ରାଜାବଳୀ 23

ଏଥିଉତ୍ତାରେ ରାଜା ଲୋକ ପଠାନ୍ତେ, ସେମାନେ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ତାଙ୍କ ନିକଟରେ ଏକତ୍ର କଲେ।

2 Kings 23:1 (UKJV) And the king sent, and they gathered unto him all the elders of Judah and of Jerusalem.

1ଏଥିଉତ୍ତାରେ ରାଜା ଲୋକ ପଠାନ୍ତେ, ସେମାନେ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ତାଙ୍କ ନିକଟରେ ଏକତ୍ର କଲେ।

2ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ। ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।

3ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି, ଏହି ପୁସ୍ତକରେ ଲିଖିତ ନିୟମ-ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ। ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.