8ପୁଣି ଯୋଶୀୟ ଯିହୁଦାର ନାନା ନଗରରୁ ସମସ୍ତ ଯାଜକଙ୍କୁ ଆଣିଲେ ଓ ଗେବାଠାରୁ ବେର୍ଶେବା ପର୍ଯ୍ୟନ୍ତ ଯେ ଯେ ସ୍ଥାନରେ ଯାଜକମାନେ ଧୂପ ଜ୍ୱଳାଇଥିଲେ, ସେସବୁ ଉଚ୍ଚସ୍ଥଳୀ ଅଶୁଚି କଲେ। ପୁଣି ସେ ନଗର-ଦ୍ୱାରରେ ପ୍ରବେଶକାରୀ ମନୁଷ୍ୟର ବାମ ଦିଗସ୍ଥିତ, ନଗରାଧ୍ୟକ୍ଷ ଯିହୋଶୂୟର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ନଗର ଦ୍ୱାରର ଉଚ୍ଚସ୍ଥଳୀସକଳ ଭାଙ୍ଗି ପକାଇଲେ।
9ତଥାପି ଉଚ୍ଚସ୍ଥଳୀର ଯାଜକମାନେ ଯିରୂଶାଲମସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆସିଲେ ନାହିଁ, ମାତ୍ର ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ ଥାଇ ତାଡ଼ିଶୂନ୍ୟ ରୁଟି ଭୋଜନ କଲେ।
10ପୁଣି କେହି ଯେପରି ମୋଲକ୍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍ ନାମକ ସ୍ଥାନକୁ ଅଶୁଚି କଲେ।
11ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ, ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ।
12ଆଉ ଯିହୁଦାର ରାଜାମାନେ ଆହସ୍ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡ଼ି ଦେଲେ।