ଦ୍ୱିତୀୟ ରାଜାବଳୀ 23

ପୁଣି ବିନାଶ ପର୍ବତର ଦକ୍ଷିଣ ପାର୍ଶ୍ୱରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ୍‍ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍‍କମ୍‍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ।

2 Kings 23:13 (UKJV) And the high places that were before Jerusalem, which were on the right hand of the mount of corruption, which Solomon the king of Israel had built for Ashtoreth the abomination of the Zidonians, and for Chemosh the abomination of the Moabites, and for Milcom the abomination of the children of Ammon, did the king defile.

11ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ, ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ।

12ଆଉ ଯିହୁଦାର ରାଜାମାନେ ଆହସ୍‌ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡ଼ି ଦେଲେ।

13ପୁଣି ବିନାଶ ପର୍ବତର ଦକ୍ଷିଣ ପାର୍ଶ୍ୱରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ୍‍ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍‍କମ୍‍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ।

14ଆଉ ସେ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ ଛେଦନ କରି ମନୁଷ୍ୟର ଅସ୍ଥିରେ ସେମାନଙ୍କ ସ୍ଥାନ ପୂର୍ଣ୍ଣ କଲେ।

15ଆହୁରି ବେଥେଲ୍‍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.