14ଆଉ ସେ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ ଛେଦନ କରି ମନୁଷ୍ୟର ଅସ୍ଥିରେ ସେମାନଙ୍କ ସ୍ଥାନ ପୂର୍ଣ୍ଣ କଲେ।
15ଆହୁରି ବେଥେଲ୍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ।
16ଏଥିଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠାର ପର୍ବତସ୍ଥିତ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ୱରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ।
17ତହୁଁ ସେ ପଚାରିଲେ, “ସେହି ଯେ ସ୍ତମ୍ଭ ଆମ୍ଭେ ଦେଖୁଅଛୁ, ତାହା କଅଣ?” ଏଥିରେ ନଗରର ଲୋକମାନେ ଉତ୍ତର କଲେ, “ପରମେଶ୍ୱରଙ୍କର ଯେଉଁ ଲୋକ ଯିହୁଦାରୁ ଆସି ଆପଣଙ୍କ କୃତ ଏହି ସକଳ ବିଷୟ ବେଥେଲ୍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ପ୍ରଚାର କରିଥିଲେ, ତାହା ତାଙ୍କର କବର।”
18ତେବେ ରାଜା ଯୋଶୀୟ କହିଲେ, “ତାଙ୍କୁ ଛାଡ଼ିଦିଅ; କେହି ତାଙ୍କର ଅସ୍ଥି ସ୍ଥାନାନ୍ତର ନ କରୁ।” ଏହେତୁ ସେମାନେ ଶମରୀୟାରୁ ଆଗତ ଭବିଷ୍ୟଦ୍ବକ୍ତାଙ୍କର ଅସ୍ଥି ସହିତ ତାହାର ଅସ୍ଥି ଛାଡ଼ିଦେଲେ।