1ଏଥିଉତ୍ତାରେ ରାଜା ଲୋକ ପଠାନ୍ତେ, ସେମାନେ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ତାଙ୍କ ନିକଟରେ ଏକତ୍ର କଲେ।
2ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ। ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।
3ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି, ଏହି ପୁସ୍ତକରେ ଲିଖିତ ନିୟମ-ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ। ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ।
4ପୁଣି ରାଜା ଯୋଶୀୟ ସଦାପ୍ରଭୁଙ୍କ ମନ୍ଦିରରୁ ବାଲ୍ର ଓ ଆଶେରା ମୂର୍ତ୍ତିର ଓ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲ୍କୀୟ ମହାଯାଜକକୁ ଓ ଦ୍ୱିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ୱାରପାଳମାନଙ୍କୁ ଆଜ୍ଞା କଲେ; ତହୁଁ ସେ ଯିରୂଶାଲମର ବାହାରେ କିଦ୍ରୋଣ ପଦାରେ ତାହାସବୁ ଦଗ୍ଧ କରି ତହିଁର ଭସ୍ମ ବେଥେଲ୍କୁ ନେଇଗଲେ।