ଦ୍ୱିତୀୟ ରାଜାବଳୀ 23

ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି, ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଥିଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ।

2 Kings 23:20 (UKJV) And he slew all the priests of the high places that were there upon the altars, and burned men's bones upon them, and returned to Jerusalem.

18ତେବେ ରାଜା ଯୋଶୀୟ କହିଲେ, “ତାଙ୍କୁ ଛାଡ଼ିଦିଅ; କେହି ତାଙ୍କର ଅସ୍ଥି ସ୍ଥାନାନ୍ତର ନ କରୁ।” ଏହେତୁ ସେମାନେ ଶମରୀୟାରୁ ଆଗତ ଭବିଷ୍ୟଦ୍‍ବକ୍ତାଙ୍କର ଅସ୍ଥି ସହିତ ତାହାର ଅସ୍ଥି ଛାଡ଼ିଦେଲେ।

19ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଶମରୀୟାର ନାନା ନଗରରେ ଯେ ଯେ ଉଚ୍ଚସ୍ଥଳୀର ଗୃହ ନିର୍ମାଣ କରିଥିଲେ, ଯୋଶୀୟ ସେସବୁ ମଧ୍ୟ ଦୂର କଲେ ଓ ବେଥେଲ୍‍ରେ ଯେପରି କର୍ମ କରିଥିଲେ, ସେସବୁ ପ୍ରତି ସେହିପରି କଲେ।

20ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି, ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଥିଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ।

21ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, “ଏହି ନିୟମ ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।”

22ପ୍ରକୃତରେ ଇସ୍ରାଏଲର ବିଚାରକାରୀ ବିଚାରକର୍ତ୍ତୃଗଣର ସମୟଠାରୁ, କିଅବା ଇସ୍ରାଏଲର ରାଜାମାନଙ୍କର ଓ ଯିହୁଦାର ରାଜାମାନଙ୍କର ସମସ୍ତ ସମୟରେ ଏପ୍ରକାର ନିସ୍ତାର ପର୍ବ ପାଳନ କରାଯାଇ ନ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.