ଦ୍ୱିତୀୟ ରାଜାବଳୀ 23

ପ୍ରକୃତରେ ଇସ୍ରାଏଲର ବିଚାରକାରୀ ବିଚାରକର୍ତ୍ତୃଗଣର ସମୟଠାରୁ, କିଅବା ଇସ୍ରାଏଲର ରାଜାମାନଙ୍କର ଓ ଯିହୁଦାର ରାଜାମାନଙ୍କର ସମସ୍ତ ସମୟରେ ଏପ୍ରକାର ନିସ୍ତାର ପର୍ବ ପାଳନ କରାଯାଇ ନ ଥିଲା।

2 Kings 23:22 (UKJV) Surely there was not held such a passover from the days of the judges that judged Israel, nor in all the days of the kings of Israel, nor of the kings of Judah;

20ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି, ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଥିଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ।

21ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, “ଏହି ନିୟମ ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।”

22ପ୍ରକୃତରେ ଇସ୍ରାଏଲର ବିଚାରକାରୀ ବିଚାରକର୍ତ୍ତୃଗଣର ସମୟଠାରୁ, କିଅବା ଇସ୍ରାଏଲର ରାଜାମାନଙ୍କର ଓ ଯିହୁଦାର ରାଜାମାନଙ୍କର ସମସ୍ତ ସମୟରେ ଏପ୍ରକାର ନିସ୍ତାର ପର୍ବ ପାଳନ କରାଯାଇ ନ ଥିଲା।

23ମାତ୍ର ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ଏହି ନିସ୍ତାର ପର୍ବ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ପାଳନ କରାଗଲା।

24ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍‍କୀୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ, ଗୁଣିଆ, ଠାକୁର, ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.