32ସେ ଆପଣା ପୂର୍ବପୁରୁଷଗଣର ସକଳ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
33ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।
34ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲିୟାକୀମ୍ଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା; ମାତ୍ର ସେ ଯିହୋୟାହସ୍ଙ୍କୁ ନେଇଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ।
35ଏଥିଉତ୍ତାରେ ଯିହୋୟାକୀମ୍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହି ସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।
36ଯିହୋୟାକୀମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ।