ଦ୍ୱିତୀୟ ରାଜାବଳୀ 23

ଏଥିଉତ୍ତାରେ ଯିହୋୟାକୀମ୍‍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହି ସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।

2 Kings 23:35 (UKJV) And Jehoiakim gave the silver and the gold to Pharaoh; but he taxed the land to give the money according to the commandment of Pharaoh: he exacted the silver and the gold of the people of the land, of every one according to his taxation, to give it unto Pharaohnechoh.

33ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।

34ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲିୟାକୀମ୍‍ଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା; ମାତ୍ର ସେ ଯିହୋୟାହସ୍‌ଙ୍କୁ ନେଇଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ।

35ଏଥିଉତ୍ତାରେ ଯିହୋୟାକୀମ୍‍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହି ସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।

36ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ।

37ଏହି ଯିହୋୟାକୀମ୍‍ ଆପଣା ପୂର୍ବପୁରୁଷଗଣର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.