ଦ୍ୱିତୀୟ ରାଜାବଳୀ 23

ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।

2 Kings 23:6 (UKJV) And he brought out the grove from the house of the LORD, without Jerusalem, unto the brook Kidron, and burned it at the brook Kidron, and stamped it small to powder, and cast the powder thereof upon the graves of the children of the people.

4ପୁଣି ରାଜା ଯୋଶୀୟ ସଦାପ୍ରଭୁଙ୍କ ମନ୍ଦିରରୁ ବାଲ୍‍ର ଓ ଆଶେରା ମୂର୍ତ୍ତିର ଓ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲ୍‍କୀୟ ମହାଯାଜକକୁ ଓ ଦ୍ୱିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ୱାରପାଳମାନଙ୍କୁ ଆଜ୍ଞା କଲେ; ତହୁଁ ସେ ଯିରୂଶାଲମର ବାହାରେ କିଦ୍ରୋଣ ପଦାରେ ତାହାସବୁ ଦଗ୍ଧ କରି ତହିଁର ଭସ୍ମ ବେଥେଲ୍‍କୁ ନେଇଗଲେ।

5ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗର ସ୍ଥାନସବୁରେ ଧୂପ ଜ୍ୱଳାଇବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍‍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ବାହିନୀ ସକଳ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ, ସେସବୁକୁ ସେ ରହିତ କଲେ।

6ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।

7ଆହୁରି ଯେଉଁ ସ୍ଥାନରେ ସ୍ତ୍ରୀମାନେ ଆଶେରା ନିମନ୍ତେ ପଟଗୃହ ନିର୍ମାଣ କଲେ, ସଦାପ୍ରଭୁଙ୍କ ଗୃହରେ ସ୍ଥିତ ସଦୋମୀମାନଙ୍କ ସେହି ଗୃହସବୁ ଭାଙ୍ଗି ପକାଇଲେ।

8ପୁଣି ଯୋଶୀୟ ଯିହୁଦାର ନାନା ନଗରରୁ ସମସ୍ତ ଯାଜକଙ୍କୁ ଆଣିଲେ ଓ ଗେବାଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯେ ଯେ ସ୍ଥାନରେ ଯାଜକମାନେ ଧୂପ ଜ୍ୱଳାଇଥିଲେ, ସେସବୁ ଉଚ୍ଚସ୍ଥଳୀ ଅଶୁଚି କଲେ। ପୁଣି ସେ ନଗର-ଦ୍ୱାରରେ ପ୍ରବେଶକାରୀ ମନୁଷ୍ୟର ବାମ ଦିଗସ୍ଥିତ, ନଗରାଧ୍ୟକ୍ଷ ଯିହୋଶୂୟର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ନଗର ଦ୍ୱାରର ଉଚ୍ଚସ୍ଥଳୀସକଳ ଭାଙ୍ଗି ପକାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.