6ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।
7ଆହୁରି ଯେଉଁ ସ୍ଥାନରେ ସ୍ତ୍ରୀମାନେ ଆଶେରା ନିମନ୍ତେ ପଟଗୃହ ନିର୍ମାଣ କଲେ, ସଦାପ୍ରଭୁଙ୍କ ଗୃହରେ ସ୍ଥିତ ସଦୋମୀମାନଙ୍କ ସେହି ଗୃହସବୁ ଭାଙ୍ଗି ପକାଇଲେ।
8ପୁଣି ଯୋଶୀୟ ଯିହୁଦାର ନାନା ନଗରରୁ ସମସ୍ତ ଯାଜକଙ୍କୁ ଆଣିଲେ ଓ ଗେବାଠାରୁ ବେର୍ଶେବା ପର୍ଯ୍ୟନ୍ତ ଯେ ଯେ ସ୍ଥାନରେ ଯାଜକମାନେ ଧୂପ ଜ୍ୱଳାଇଥିଲେ, ସେସବୁ ଉଚ୍ଚସ୍ଥଳୀ ଅଶୁଚି କଲେ। ପୁଣି ସେ ନଗର-ଦ୍ୱାରରେ ପ୍ରବେଶକାରୀ ମନୁଷ୍ୟର ବାମ ଦିଗସ୍ଥିତ, ନଗରାଧ୍ୟକ୍ଷ ଯିହୋଶୂୟର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ନଗର ଦ୍ୱାରର ଉଚ୍ଚସ୍ଥଳୀସକଳ ଭାଙ୍ଗି ପକାଇଲେ।
9ତଥାପି ଉଚ୍ଚସ୍ଥଳୀର ଯାଜକମାନେ ଯିରୂଶାଲମସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆସିଲେ ନାହିଁ, ମାତ୍ର ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ ଥାଇ ତାଡ଼ିଶୂନ୍ୟ ରୁଟି ଭୋଜନ କଲେ।
10ପୁଣି କେହି ଯେପରି ମୋଲକ୍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍ ନାମକ ସ୍ଥାନକୁ ଅଶୁଚି କଲେ।