1ଯିହୋୟାକୀମ୍ଙ୍କ ରାଜତ୍ୱ ସମୟରେ ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦା ଉପରେ ଆକ୍ରମଣ କଲେ, ପୁଣି ଯିହୋୟାକୀମ୍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ।
2ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।
3ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ,