ଦ୍ୱିତୀୟ ରାଜାବଳୀ 24

ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।

2 Kings 24:14 (UKJV) And he carried away all Jerusalem, and all the princes, and all the mighty men of valour, even ten thousand captives, and all the craftsmen and smiths: none remained, save the poorest sort of the people of the land.

12ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍‍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜା ନିକଟକୁ ବାହାରିଗଲେ; ପୁଣି ବାବିଲ ରାଜା ଆପଣା ରାଜତ୍ଵର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା।

13ଆଉ ନବୂଖଦ୍‍ନିତ୍ସର ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ୱର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ଡ ଖଣ୍ଡ କରି କାଟି ପକାଇଲା।

14ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।

15ଆହୁରି ନବୂଖଦ୍‍ନିତ୍ସର ଯିହୋୟାଖୀନ୍‍ଙ୍କୁ ବାବିଲକୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପତ୍ନୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା।

16ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍‍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ ରାଜା ବନ୍ଦୀ କରି ବାବିଲକୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.