ଦ୍ୱିତୀୟ ରାଜାବଳୀ 24

ପୁଣି ବାବିଲର ରାଜା ଯିହୋୟାଖୀନ୍‍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କର ପଦରେ ରାଜା କଲା ଓ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା।

2 Kings 24:17 (UKJV) And the king of Babylon made Mattaniah his father's brother king in his position, and changed his name to Zedekiah.

15ଆହୁରି ନବୂଖଦ୍‍ନିତ୍ସର ଯିହୋୟାଖୀନ୍‍ଙ୍କୁ ବାବିଲକୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପତ୍ନୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା।

16ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍‍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ ରାଜା ବନ୍ଦୀ କରି ବାବିଲକୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ।

17ପୁଣି ବାବିଲର ରାଜା ଯିହୋୟାଖୀନ୍‍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କର ପଦରେ ରାଜା କଲା ଓ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା।

18ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ହମୁଟଲ୍‍; ସେ ଲିବ୍‍ନା ନିବାସୀ ଯିରିମୀୟର କନ୍ୟା।

19ଆଉ ସେ ଯିହୋୟାକୀମ୍‍ଙ୍କର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.