ଦ୍ୱିତୀୟ ରାଜାବଳୀ 24

ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ହମୁଟଲ୍‍; ସେ ଲିବ୍‍ନା ନିବାସୀ ଯିରିମୀୟର କନ୍ୟା।

2 Kings 24:18 (UKJV) Zedekiah was twenty and one years old when he began to reign, and he reigned eleven years in Jerusalem. And his mother's name was Hamutal, the daughter of Jeremiah of Libnah.

16ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍‍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ ରାଜା ବନ୍ଦୀ କରି ବାବିଲକୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ।

17ପୁଣି ବାବିଲର ରାଜା ଯିହୋୟାଖୀନ୍‍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କର ପଦରେ ରାଜା କଲା ଓ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା।

18ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ହମୁଟଲ୍‍; ସେ ଲିବ୍‍ନା ନିବାସୀ ଯିରିମୀୟର କନ୍ୟା।

19ଆଉ ସେ ଯିହୋୟାକୀମ୍‍ଙ୍କର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

20କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟଣା ଘଟିଲା; ଆଉ ସିଦିକୀୟ ବାବିଲ ରାଜା ନବୂଖଦ୍‍ନିତ୍ସରର ବିଦ୍ରୋହୀ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.