ଦ୍ୱିତୀୟ ରାଜାବଳୀ 24

ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ,

2 Kings 24:3 (UKJV) Surely at the commandment of the LORD came this upon Judah, to remove them out of his sight, for the sins of Manasseh, according to all that he did;

1ଯିହୋୟାକୀମ୍‍ଙ୍କ ରାଜତ୍ୱ ସମୟରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିହୁଦା ଉପରେ ଆକ୍ରମଣ କଲେ, ପୁଣି ଯିହୋୟାକୀମ୍‍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ।

2ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍‍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।

3ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ,

4ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।

5ଏହି ଯିହୋୟାକୀମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.