3ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ,
4ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।
5ଏହି ଯିହୋୟାକୀମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
6ଏଥିଉତ୍ତାରେ ଯିହୋୟାକୀମ୍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍ ତାଙ୍କର ପଦରେ ରାଜ୍ୟ କଲେ।
7ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ମିସରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।