ଦ୍ୱିତୀୟ ରାଜାବଳୀ 24

ଏଥିଉତ୍ତାରେ ଯିହୋୟାକୀମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।

2 Kings 24:6 (UKJV) So Jehoiakim slept with his fathers: and Jehoiachin his son reigned in his position.

4ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।

5ଏହି ଯିହୋୟାକୀମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

6ଏଥିଉତ୍ତାରେ ଯିହୋୟାକୀମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।

7ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ମିସରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।

8ଯିହୋୟାଖୀନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍‍ନାଥନ୍‍ର କନ୍ୟା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.