ଦ୍ୱିତୀୟ ରାଜାବଳୀ 24

ଯିହୋୟାଖୀନ୍‍ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

2 Kings 24:9 (UKJV) And he did that which was evil in the sight of the LORD, according to all that his father had done.

7ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ମିସରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।

8ଯିହୋୟାଖୀନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍‍ନାଥନ୍‍ର କନ୍ୟା।

9ଯିହୋୟାଖୀନ୍‍ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

10ସେସମୟରେ ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସମାନେ ଯିରୂଶାଲମକୁ ଆସିଲେ, ତହିଁରେ ନଗର ଅବରୁଦ୍ଧ ହେଲା।

11ପୁଣି ତାହାର ଦାସମାନେ ଅବରୋଧ କରୁଥିବା ସମୟରେ ବାବିଲର ରାଜା ନବୂଖଦ୍‍ନିତ୍ସର ନଗରରେ ଉପସ୍ଥିତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.