9ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
10ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।
11ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
12ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।
13ଆହୁରି କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ।