ଦ୍ୱିତୀୟ ରାଜାବଳୀ 25

ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।

2 Kings 25:12 (UKJV) But the captain of the guard left of the door of the poor of the land to be vinedressers and husbandmen.

10ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।

11ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।

12ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।

13ଆହୁରି କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ।

14ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.