ଦ୍ୱିତୀୟ ରାଜାବଳୀ 25

ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।

2 Kings 25:16 (UKJV) The two pillars, one sea, and the bases which Solomon had made for the house of the LORD; the brass of all these vessels was without weight.

14ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।

15ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।

16ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।

17ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା।

18ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ପ୍ରଧାନ ଯାଜକ ସରାୟଙ୍କୁ ଓ ଦ୍ୱିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ୱାରପାଳଙ୍କୁ ଧରିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.