17ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା।
18ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍ ପ୍ରଧାନ ଯାଜକ ସରାୟଙ୍କୁ ଓ ଦ୍ୱିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ୱାରପାଳଙ୍କୁ ଧରିଲା।
19ଆଉ ନବୂଷରଦନ୍ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକୁ ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା।
20ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲା।
21ତହିଁରେ ବାବିଲ ରାଜା ହମାତ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।