19ଆଉ ନବୂଷରଦନ୍ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକୁ ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା।
20ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲା।
21ତହିଁରେ ବାବିଲ ରାଜା ହମାତ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।
22ଆଉ ବାବିଲ ରାଜା ନବୂଖଦ୍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍ର ପୌତ୍ର ଅହୀକାମର ପୁତ୍ର ଗଦଲୀୟଙ୍କୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।
23ଏଥିଉତ୍ତାରେ ବାବିଲ ରାଜା ଗଦଲୀୟଙ୍କୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ନଟୋଫାତୀୟ ତନ୍ହୂମତର ପୁତ୍ର ସରାୟ ଓ ମାଖାଥୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟଙ୍କ ନିକଟକୁ ଆସିଲେ।