ଦ୍ୱିତୀୟ ରାଜାବଳୀ 25

ଆଉ ବାବିଲ ରାଜା ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍‍ର ପୌତ୍ର ଅହୀକାମର ପୁତ୍ର ଗଦଲୀୟଙ୍କୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।

2 Kings 25:22 (UKJV) And as for the people that remained in the land of Judah, whom Nebuchadnezzar king of Babylon had left, even over them he made Gedaliah the son of Ahikam, the son of Shaphan, ruler.

20ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲା।

21ତହିଁରେ ବାବିଲ ରାଜା ହମାତ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।

22ଆଉ ବାବିଲ ରାଜା ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍‍ର ପୌତ୍ର ଅହୀକାମର ପୁତ୍ର ଗଦଲୀୟଙ୍କୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।

23ଏଥିଉତ୍ତାରେ ବାବିଲ ରାଜା ଗଦଲୀୟଙ୍କୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍‍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍‍ ଓ ନଟୋଫାତୀୟ ତନ୍‍ହୂମତର ପୁତ୍ର ସରାୟ ଓ ମାଖାଥୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟଙ୍କ ନିକଟକୁ ଆସିଲେ।

24ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, “କଲ୍‍ଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ହୁଅ ନାହିଁ; ଦେଶରେ ବାସ କରି ବାବିଲ ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.