ଦ୍ୱିତୀୟ ରାଜାବଳୀ 25

ଏଥିଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍‍ଦୀୟମାନଙ୍କ ଲାଗି ଭୀତ ହେଲେ।

2 Kings 25:26 (UKJV) And all the people, both small and great, and the captains of the armies, arose, and came to Egypt: for they were afraid of the Chaldees.

24ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, “କଲ୍‍ଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ହୁଅ ନାହିଁ; ଦେଶରେ ବାସ କରି ବାବିଲ ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।”

25ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟଙ୍କୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲ୍‍ଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।

26ଏଥିଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍‍ଦୀୟମାନଙ୍କ ଲାଗି ଭୀତ ହେଲେ।

27ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍‍-ମରୋଦକ୍‍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।

28ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.