26ଏଥିଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍ଦୀୟମାନଙ୍କ ଲାଗି ଭୀତ ହେଲେ।
27ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍-ମରୋଦକ୍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।
28ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା।
29ଆଉ, ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲେ।
30ପୁଣି, ତାଙ୍କର ଦିନାତିପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲେ।