ଦ୍ୱିତୀୟ ରାଜାବଳୀ 25

ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।

2 Kings 25:3 (UKJV) And on the ninth day of the fourth month the famine prevailed in the city, and there was no bread for the people of the land.

1ଏଥିଉତ୍ତାରେ ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।

2ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।

3ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।

4ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ।

5ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.