4ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ।
5ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।
6ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ।
7ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।
8ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।