ଦ୍ୱିତୀୟ ରାଜାବଳୀ 25

ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।

2 Kings 25:7 (UKJV) And they slew the sons of Zedekiah before his eyes, and put out the eyes of Zedekiah, and bound him with fetters of brass, and carried him to Babylon.

5ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।

6ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ।

7ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।

8ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।

9ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.