7ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।
8ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।
9ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
10ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।
11ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।