ଦ୍ୱିତୀୟ ରାଜାବଳୀ 3

ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”

2 Kings 3:10 (UKJV) And the king of Israel said, Alas! that the LORD has called these three kings together, to deliver them into the hand of Moab!

8ଆଉ ଯିହୋରାମ୍‍ କହିଲେ, “ଆମ୍ଭେମାନେ କେଉଁ ପଥରେ ଯିବା?” ତହୁଁ ଯିହୋଶାଫଟ୍‍ ଉତ୍ତର କଲେ, “ଇଦୋମ ପ୍ରାନ୍ତର-ପଥ ଦେଇ।”

9ତହୁଁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଓ ଇଦୋମର ରାଜା ଯାତ୍ରା କରି ସାତ ଦିନର ପଥ ବୁଲିକରି ଗଲେ; ପୁଣି ସୈନ୍ୟମାନଙ୍କ ପାଇଁ ଅବା ସେମାନଙ୍କ ପଶ୍ଚାଦ୍‍ଗାମୀ ପଶୁମାନଙ୍କ ପାଇଁ ଜଳ ମିଳିଲା ନାହିଁ।

10ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”

11ମାତ୍ର ଯିହୋଶାଫଟ୍‍ କହିଲେ, “ଆମ୍ଭେମାନେ ଯାହାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍‍ବକ୍ତା କʼଣ ଏଠାରେ ନାହାନ୍ତି?” ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଶାଫଟ୍‍ର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।”

12ତେବେ ଯିହୋଶାଫଟ୍‍ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ତାଙ୍କଠାରେ ଅଛି।” ତେଣୁ ଇସ୍ରାଏଲର ରାଜା ଓ ଯିହୋଶାଫଟ୍‍ ଓ ଇଦୋମର ରାଜା ତାଙ୍କ ନିକଟକୁ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.